ଉପଦେଶକ 4

ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

Ecclesiastes 4:10 (UKJV) For if they fall, the one will lift up his fellow: but woe to him that is alone when he falls; for he has not another to help him up.

8କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।

9ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।

10ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।

11ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?

12ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.