10ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
11ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ?
12ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।
13ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
14କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।