ଉପଦେଶକ 4

କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।

Ecclesiastes 4:14 (UKJV) For out of prison he comes to reign; whereas also he that is born in his kingdom becomes poor.

12ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡିଯାଏ ନାହିଁ।

13ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।

14କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମିଥିଲା।

15ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।

16ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.