ଉପଦେଶକ 4

ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।

Ecclesiastes 4:6 (UKJV) Better is an handful with quietness, than both the hands full with travail and vexation of spirit.

4ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

5ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।

6ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।

7ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।

8କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.