ଉପଦେଶକ 5

ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?

Ecclesiastes 5:11 (UKJV) When goods increase, they are increased that eat them: and what good is there to the owners thereof, saving the beholding of them with their eyes?

9ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।

10ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।

11ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ?

12ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ।

13ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.