ଉପଦେଶକ 5

ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।

Ecclesiastes 5:17 (UKJV) All his days also he eats in darkness, and he has much sorrow and wrath with his sickness.

15ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, ଏପରି କିଛି ସଙ୍ଗେ ନେବ ନାହିଁ।

16ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ?

17ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।

18ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।

19ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.