ଉପଦେଶକ 5

ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।

Ecclesiastes 5:19 (UKJV) Every man also to whom God has given riches and wealth, and has given him power to eat thereof, and to take his portion, and to rejoice in his labour; this is the gift of God.

17ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, ପୁଣି ସେ ଅତିଶୟ ବିରକ୍ତ ହୁଏ, ଆଉ ତାହାକୁ ପୀଡ଼ା ଓ କୋପ ଘଟେ।

18ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।

19ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।

20ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.