ଉପଦେଶକ 5

କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।

Ecclesiastes 5:3 (UKJV) For a dream comes through the multitude of business; and a fool's voice is known by multitude of words.

1ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।

2ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।

3କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।

4ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।

5ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.