ଉପଦେଶକ 5

କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।

Ecclesiastes 5:7 (UKJV) For in the multitude of dreams and many words there are also divers vanities: but fear you God.

5ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।

6ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ?

7କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର।

8ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।

9ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.