ଉପଦେଶକ 6

ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।

Ecclesiastes 6:10 (UKJV) That which has been is named already, and it is known that it is man: neither may he contend with him that is mightier than he.

8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?

9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

10ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।

11ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ?

12କାରଣ ମନୁଷ୍ୟ ଛାୟା ତୁଲ୍ୟ ଆପଣାର ଯେଉଁ ଅସାର ଜୀବନର ଦିନସବୁ କ୍ଷେପଣ କରେ, ସେହି ଜୀବନ କାଳରେ ତାହାର ମଙ୍ଗଳ କଅଣ, ଏହା କିଏ ଜାଣେ? ଆଉ, ମନୁଷ୍ୟର ମରଣାନ୍ତେ ସୂର୍ଯ୍ୟ ତଳେ ଯାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.