ଉପଦେଶକ 6

ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।

Ecclesiastes 6:2 (UKJV) A man to whom God has given riches, wealth, and honour, so that he wants nothing for his soul of all that he desires, yet God gives him not power to eat thereof, but a stranger eats it: this is vanity, and it is an evil disease.

1ସୂର୍ଯ୍ୟ ତଳେ ମୁଁ ଏକ ଦୁଃଖର ବିଷୟ ଦେଖିଅଛି, ଆଉ ତାହା ମନୁଷ୍ୟମାନଙ୍କ ପକ୍ଷରେ ଭାରୀ;

2ପରମେଶ୍ୱର କାହାକୁ କାହାକୁ ଏତେ ଧନ, ସମ୍ପତ୍ତି ଓ ସମ୍ଭ୍ରମ ଦିଅନ୍ତି ଯେ, ତାହାର ମନୋବାଞ୍ଛା ପୂର୍ଣ୍ଣ କରିବାକୁ କୌଣସି ବିଷୟର ଅଭାବ ନ ଥାଏ, ତଥାପି ତାହା ଭୋଗ କରିବା ପାଇଁ ପରମେଶ୍ୱର ତାହାକୁ କ୍ଷମତା ଦିଅନ୍ତି ନାହିଁ, ମାତ୍ର ଅନ୍ୟ ଲୋକ ତାହା ଭୋଗ କରେ; ଏହା ଅସାର ଓ ମନ୍ଦ ବ୍ୟାଧି ସ୍ୱରୂପ।

3ଯଦି କୌଣସି ମନୁଷ୍ୟ ଶହେ ସନ୍ତାନ ଜାତ କରି ଅନେକ ବର୍ଷ ବଞ୍ଚି ଦୀର୍ଘଜୀବୀ ହୁଏ, ମାତ୍ର ତାହାର ପ୍ରାଣ ଯଦି ସୁଖରେ ତୃପ୍ତ ନ ହୁଏ, ଆହୁରି ଯଦି ତାହାକୁ କବର ଦିଆ ନ ଯାଏ, ତେବେ ମୁଁ କହେ, ସେହି ଲୋକ ଅପେକ୍ଷା ଜନ୍ମ ହେବା ସମୟରେ ମୃତ୍ୟୁବରଣ କରିଥିବା ଶିଶୁଟି ଉତ୍ତମ ଅଟେ;

4କାରଣ ଏହି ମୃତ ଜାତ ଶିଶୁ ବାଷ୍ପ ତୁଲ୍ୟ ଆସେ ଓ ଅନ୍ଧକାରରେ ଯାଏ, ଆଉ ତାହାର ନାମ ଅନ୍ଧକାରରେ ଆଚ୍ଛନ୍ନ ହୁଏ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.