5ଆହୁରି, ଏହି ଶିଶୁ ସୂର୍ଯ୍ୟ ଦେଖି ନାହିଁ କି ଜାଣି ନାହିଁ; ତଥାପି ଏହି ମୃତ ଜାତ ଶିଶୁ ସେ ଲୋକ ଅପେକ୍ଷା ଅଧିକ ବିଶ୍ରାମ ପାଏ;
6ପୁଣି, ସେ ମନୁଷ୍ୟ କୌଣସି ମଙ୍ଗଳ ଭୋଗ ନ କରି ଦୁଇଗୁଣ ସହସ୍ର ବର୍ଷ ବଞ୍ଚିଲେ ହେଁ ସମସ୍ତେ କି ଏକ ସ୍ଥାନକୁ ନ ଯାʼନ୍ତି?
7ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।
8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?
9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।