ଉପଦେଶକ 6

ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

Ecclesiastes 6:9 (UKJV) Better is the sight of the eyes than the wandering of the desire: this is also vanity and vexation of spirit.

7ମନୁଷ୍ୟର ସମସ୍ତ ପରିଶ୍ରମ ତାହାର ମୁଖ ନିମନ୍ତେ, ତଥାପି ଭୋଜନର ଆକାଂକ୍ଷା ପୂର୍ଣ୍ଣ ହୁଏ ନାହିଁ।

8ଏଣୁ ମୂର୍ଖ ଅପେକ୍ଷା ଜ୍ଞାନୀର କି ଲାଭ? ଆଉ, ଜୀବିତମାନଙ୍କ ସାକ୍ଷାତରେ ଚଳିବାକୁ ଜାଣେ ଯେଉଁ ଦରିଦ୍ର ଲୋକ, ତାହାର ଅବା କି ଲାଭ?

9ମନର ଲାଳସା ଅପେକ୍ଷା ସାକ୍ଷାତ ଭୋଗ ଭଲ; ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନମାତ୍ର।

10ଯାହା ହୋଇଅଛି, ଅନେକ କାଳ ହେଲା ତହିଁର ନାମ ଦିଆଯାଇଥିଲା, ଆଉ ସେ ମର୍ତ୍ତ୍ୟ ବୋଲି ଜଣା; ପୁଣି, ସେ ଆପଣା ଅପେକ୍ଷା ପରାକ୍ରାନ୍ତ ସଙ୍ଗେ ବିରୋଧ କରି ନ ପାରେ।

11ଅସାରତାବର୍ଦ୍ଧକ ଅନେକ କଥା ଅଛି, ତହିଁରେ ମନୁଷ୍ୟର କି ଲାଭ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.