1ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।
2ଭୋଜଗୃହକୁ ଯିବାଠାରୁ ବିଳାପ ଗୃହକୁ ଯିବାର ଭଲ; କାରଣ ତାହା ସମୁଦାୟ ମନୁଷ୍ୟର ଶେଷ ଗତି ଓ ଜୀବିତ ଲୋକ ତହିଁରେ ମନୋଯୋଗ କରିବ।
3ହାସ୍ୟଠାରୁ ଖେଦ ଭଲ; କାରଣ ମୁଖର ବିଷଣ୍ଣତା ଦ୍ୱାରା ହୃଦୟ ପ୍ରସନ୍ନ ହୁଏ।
4ଜ୍ଞାନୀମାନଙ୍କ ହୃଦୟ ବିଳାପ ଗୃହରେ ଥାଏ, ମାତ୍ର ମୂର୍ଖମାନଙ୍କ ହୃଦୟ ଆନନ୍ଦ ଗୃହରେ ଥାଏ।