ଉପଦେଶକ 7

କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।

Ecclesiastes 7:8 (UKJV) Better is the end of a thing than the beginning thereof: and the patient in spirit is better than the proud in spirit.

6କାରଣ ହାଣ୍ଡି ତଳେ କଣ୍ଟାର ଚଡ଼ଚଡ଼ ଶବ୍ଦ ଯେପରି, ମୂର୍ଖର ହାସ୍ୟ ସେପରି; ଏହା ହିଁ ଅସାର।

7ନିଶ୍ଚୟ ଅନ୍ୟାୟ ଧନଗ୍ରହଣ ଜ୍ଞାନୀ ଲୋକକୁ ନିର୍ବୋଧ କରେ ଓ ଲାଞ୍ଚ ବୁଦ୍ଧି ନଷ୍ଟ କରେ।

8କାର୍ଯ୍ୟର ଆରମ୍ଭ ଅପେକ୍ଷା ତହିଁର ସମାପ୍ତି ଭଲ; ପୁଣି, ଆତ୍ମାରେ ଗର୍ବୀ ହେବା ଅପେକ୍ଷା ଆତ୍ମାରେ ଧୀର ହେବା ଭଲ।

9କ୍ରୋଧ କରିବା ପାଇଁ ଆପଣା ଆତ୍ମାରେ ଚଞ୍ଚଳ ହୁଅ ନାହିଁ; କାରଣ ମୂର୍ଖମାନଙ୍କ ହୃଦୟରେ କ୍ରୋଧ ଅବସ୍ଥାନ କରେ।

10“ବର୍ତ୍ତମାନ କାଳ ଅପେକ୍ଷା ପୂର୍ବ କାଳ ଭଲ ଥିବାର କାରଣ କଅଣ,” ଏହା ନ କୁହ, କାରଣ ତୁମ୍ଭେ ଏ ବିଷୟ ଜ୍ଞାନରେ ପ୍ରଶ୍ନ କରୁ ନାହଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.