ଉପଦେଶକ 8

କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।

Ecclesiastes 8:11 (UKJV) Because sentence against an evil work is not executed speedily, therefore the heart of the sons of men is fully set in them to do evil.

9ଏହିସବୁ ମୁଁ ଦେଖିଅଛି ଓ ସୂର୍ଯ୍ୟ ତଳେ ଯେଉଁ ପ୍ରତ୍ୟେକ କାର୍ଯ୍ୟ କରାଯାଏ, ତହିଁରେ ମୁଁ ମନୋଯୋଗ କରିଅଛି; କେବେ କେବେ ଏକ ମନୁଷ୍ୟର ଅନ୍ୟ ଉପରେ ତାହାର ଅମଙ୍ଗଳ ନିମନ୍ତେ କ୍ଷମତା ଥାଏ।

10ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।

11କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।

12ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;

13ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.