ଉପଦେଶକ 8

ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;

Ecclesiastes 8:12 (UKJV) Though a sinner do evil an hundred times, and his days be prolonged, yet surely I know that it shall be well with them that fear God, which fear before him:

10ଆହୁରି, ମୁଁ ଦୁଷ୍ଟମାନଙ୍କୁ କବରପ୍ରାପ୍ତ ହେବା ଦେଖିଲି; ପୁଣି ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।

11କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତି ଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ-ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।

12ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;

13ମାତ୍ର ଦୁଷ୍ଟର ମଙ୍ଗଳ ହେବ ନାହିଁ, କିଅବା ସେ ଆପଣା ଛାୟା ସ୍ୱରୂପ ପରମାୟୁ ବୃଦ୍ଧି କରିବ ନାହିଁ; କାରଣ ସେ ପରମେଶ୍ୱରଙ୍କ ଛାମୁରେ ଭୀତ ନୁହେଁ।

14ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.