ଉପଦେଶକ 8

ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);

Ecclesiastes 8:16 (UKJV) When I applied mine heart to know wisdom, and to see the business that is done upon the earth: (for also there is that neither day nor night sees sleep with his eyes:)

14ପୃଥିବୀରେ ଏହି ଗୋଟିଏ ଅସାରତା ସାଧିତ ହୁଏ; କେବେ କେବେ ଧାର୍ମିକମାନଙ୍କୁ ଦୁଷ୍ଟମାନଙ୍କ କର୍ମାନୁଯାୟୀ ଫଳ ଘଟେ, ପୁଣି କେବେ କେବେ ଦୁଷ୍ଟମାନଙ୍କୁ ଧାର୍ମିକମାନଙ୍କ କର୍ମାନୁଯାୟୀ ଫଳ ଘଟେ; ମୁଁ କହିଲି, ଏହା ହିଁ ଅସାର।

15ତହୁଁ ମୁଁ ଆନନ୍ଦର ପ୍ରଶଂସା କଲି, କାରଣ ଭୋଜନ ଓ ପାନ ଓ ଆନନ୍ଦ କରିବା ଅପେକ୍ଷା ସୂର୍ଯ୍ୟ ତଳେ ମନୁଷ୍ୟ ପ୍ରତି ଆଉ କୌଣସି ଉତ୍ତମ ବିଷୟ ନାହିଁ; ଯେଣୁ ସେ ସୂର୍ଯ୍ୟ ତଳେ ପରମେଶ୍ୱରଙ୍କ ଦତ୍ତ ତାହାର ପରମାୟୁ ମଧ୍ୟରେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସବୁରେ ଏହା ହିଁ ତାହାର ସହବର୍ତ୍ତୀ ହେବ।

16ଯେତେବେଳେ ମୁଁ ଜ୍ଞାନର ତତ୍ତ୍ୱ ଜାଣିବାକୁ ଓ ପୃଥିବୀରେ ସାଧିତ କାର୍ଯ୍ୟ ଦେଖିବାକୁ ମନୋଯୋଗ କଲି (କାରଣ ଦିବାରାତ୍ର ଯାହାର ଚକ୍ଷୁ ନିଦ୍ରା ଦେଖେ ନାହିଁ, ଏପରି ଲୋକ ମଧ୍ୟ ଅଛନ୍ତି);

17ସେତେବେଳେ ମୁଁ ପରମେଶ୍ୱରଙ୍କର ସକଳ କାର୍ଯ୍ୟ ବିଷୟ ଦେଖିଲି ଯେ, ମନୁଷ୍ୟ ସୂର୍ଯ୍ୟ ତଳେ ସାଧିତ କାର୍ଯ୍ୟର ତତ୍ତ୍ୱ ପାଇ ନ ପାରେ; କାରଣ ତାହା ଅନ୍ଵେଷଣ କରିବା ପାଇଁ ମନୁଷ୍ୟ ଯେତେ ପରିଶ୍ରମ କଲେ ହେଁ ତାହା ପାଇ ପାରିବ ନାହିଁ; ଆହୁରି, ଜ୍ଞାନୀ ଲୋକ ତାହା ଜାଣିବାକୁ ଚିନ୍ତା କଲେ ହେଁ ତହିଁର ତତ୍ତ୍ୱ ପାଇବାକୁ ସମର୍ଥ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.