1ଜ୍ଞାନବାନର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।
2ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।
3ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।
4ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?