ଉପଦେଶକ 8

ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।

Ecclesiastes 8:3 (UKJV) Be not hasty to go out of his sight: stand not in an evil thing; for he does whatsoever pleases him.

1ଜ୍ଞାନବାନ‍ର ତୁଲ୍ୟ କିଏ ଅଛି? ଓ କିଏ ବିଷୟର ଭାବାର୍ଥ ଜାଣେ? ମନୁଷ୍ୟର ଜ୍ଞାନ ତାହାର ମୁଖ ପ୍ରସନ୍ନ କରେ ଓ ତାହାର ମୁଖର କାଠିନ୍ୟ ପରିବର୍ତ୍ତିତ ହୁଏ।

2ତୁମ୍ଭେ ରାଜାଜ୍ଞା ପାଳନ କର, ମୁଁ ଏହା ପରାମର୍ଶ ଦିଏ ଓ ପରମେଶ୍ୱରଙ୍କ ସାକ୍ଷାତରେ ଶପଥ କରିବା ସକାଶୁ ତାହା କର।

3ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।

4ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?

5ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.