ଉପଦେଶକ 8

ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;

Ecclesiastes 8:5 (UKJV) Whoso keeps the commandment shall feel no evil thing: and a wise man's heart discerns both time and judgment.

3ତାଙ୍କ ଛାମୁରୁ ବାହାରି ଯିବାକୁ ଚଞ୍ଚଳ ହୁଅ ନାହିଁ; କୌଣସି ମନ୍ଦ ବିଷୟର ସପକ୍ଷରେ ଠିଆ ହୁଅ ନାହିଁ; କାରଣ ଯାହା ତାଙ୍କର ଇଚ୍ଛା, ସେ ତାହା କରନ୍ତି।

4ଯେହେତୁ ରାଜାଙ୍କ ବାକ୍ୟ ପରାକ୍ରମବିଶିଷ୍ଟ; ପୁଣି, ତୁମ୍ଭେ କଅଣ କରୁଅଛ, ଏହା ତାଙ୍କୁ କିଏ କହିପାରେ?

5ଯେ ଆଜ୍ଞା ପାଳନ କରେ, ସେ କୌଣସି ମନ୍ଦ ବିଷୟ ଜାଣିବ ନାହିଁ; ପୁଣି ଜ୍ଞାନୀର ମନ ସମୟ ଓ ବିଚାର ଜାଣେ;

6କାରଣ ପ୍ରତ୍ୟେକ ଅଭିପ୍ରାୟ ପାଇଁ ସମୟ ଓ ବିଚାର ଅଛି; ଯେହେତୁ ମନୁଷ୍ୟର ଦୁଃଖ ତାହା ପକ୍ଷରେ ଅତିଶୟ;

7କାରଣ କଅଣ ଘଟିବ, ତାହା ସେ ଜାଣେ ନାହିଁ ଓ କିପ୍ରକାରେ ତାହା ଘଟିବ, ଏହା କିଏ ତାହାକୁ ଜଣାଇ ପାରେ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.