ଉପଦେଶକ 9

କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।

Ecclesiastes 9:12 (UKJV) For man also knows not his time: as the fishes that are taken in an evil net, and as the birds that are caught in the snare; so are the sons of men snared in an evil time, when it falls suddenly upon them.

10ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।

11ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।

12କାରଣ ମନୁଷ୍ୟ ମଧ୍ୟ ଆପଣା ମୃତ୍ୟୁର ସମୟ ଜାଣେ ନାହିଁ; ଯେପରି ମତ୍ସ୍ୟଗଣ ଅଶୁଭ ଜାଲରେ ପଡ଼ନ୍ତି ଓ ଯେପରି ପକ୍ଷୀଗଣ ଫାନ୍ଦରେ ଧରାଯାଆନ୍ତି, ସେହିପରି ମନୁଷ୍ୟ-ସନ୍ତାନଗଣ ଅକସ୍ମାତ୍‍ ଉପସ୍ଥିତ ବିପଦ ସମୟରେ ଧରାପଡ଼ନ୍ତି।

13ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋʼ ଦୃଷ୍ଟିରେ ମହତ୍ ବୋଧ ହେଲା;

14ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.