15ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
16ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।”
17ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
18ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।