ଉପଦେଶକ 9

ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।

Ecclesiastes 9:3 (UKJV) This is an evil among all things that are done under the sun, that there is one event unto all: yea, also the heart of the sons of men is full of evil, and madness is in their heart while they live, and after that they go to the dead.

1ମୁଁ ଏହିସବୁ ବିଷୟରେ ମନୋନିବେଶ କରି ଅନୁସନ୍ଧାନ କଲି; ଧାର୍ମିକ ଓ ଜ୍ଞାନୀ, ଆଉ ସେମାନଙ୍କ କାର୍ଯ୍ୟ ପରମେଶ୍ୱରଙ୍କ ହସ୍ତଗତ; ଏହା ପ୍ରେମ କି ଘୃଣା, ତାହା ମନୁଷ୍ୟ ଜାଣେ ନାହିଁ; ସବୁ ସେମାନଙ୍କ ସମ୍ମୁଖରେ ଥାଏ।

2ସବୁ ବିଷୟ ସମସ୍ତଙ୍କ ପ୍ରତି ସମାନ ଘଟେ; ଧାର୍ମିକ ଓ ଦୁଷ୍ଟ, ସୁଶୀଳ, ପୁଣି ଶୁଚି ଓ ଅଶୁଚି; ଯଜ୍ଞକାରୀ ଓ ଅଯଜ୍ଞକାରୀ, ସମସ୍ତଙ୍କ ପ୍ରତି ଏକ ଘଟଣା ହୁଏ; ସୁଶୀଳ ଯେପରି, ପାପୀ ସେପରି; ପୁଣି, ଶପଥକାରୀ ଯେପରି, ଶପଥ ଭୟକାରୀ ସେପରି।

3ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ-ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।

4କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।

5ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.