ଉପଦେଶକ 9

ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।

Ecclesiastes 9:7 (UKJV) Go your way, eat your bread with joy, and drink your wine with a merry heart; for God now accepts your works.

5ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।

6ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତକାଳ ସେମାନଙ୍କର କୌଣସି ଅଂଶ ନ ଥାଏ।

7ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।

8ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।

9ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.