9ପୂର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,
10ଯେପରି କାଳର ପୂର୍ଣ୍ଣତା ସମ୍ବନ୍ଧୀୟ ତାହାଙ୍କ ସଙ୍କଳ୍ପାନୁସାରେ ସ୍ୱର୍ଗରେ କି ମର୍ତ୍ତ୍ୟରେ ଥିବା ସମସ୍ତ ବିଷୟ ସେ ଆପଣା ନିମନ୍ତେ ଖ୍ରୀଷ୍ଟଙ୍କଠାରେ ଏକୀଭୂତ କରିବେ।
11ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ,
12ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
13ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;