ଏଫିସୀୟ 1

ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।

Ephesians 1:14 (UKJV) Which is the earn of our inheritance until the redemption of the purchased possession, unto the praise of his glory.

12ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।

13ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍‍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;

14ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।

15ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,

16ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.