14ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
15ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
16ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ।
17ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
18ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,