ଏଫିସୀୟ 1

ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,

Ephesians 1:21 (UKJV) Far above all principality, and power, and might, and dominion, and every name that is named, not only in this world, but also in that which is to come:

19ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର;

20ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,

21ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,

22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;

23ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍‍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.