20ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ,
21ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,
22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
23ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।