21ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ,
22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
23ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।