ଏଫିସୀୟ 1

ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;

Ephesians 1:5 (UKJV) Having predestinated us unto the adoption of children by Jesus Christ to himself, according to the good pleasure of his will,

3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,

4ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;

5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;

6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।

7ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍‍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.