4ଅର୍ଥାତ୍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;
5ପୁଣି, ଈଶ୍ବର ଆମ୍ଭମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ନିମନ୍ତେ ପୁତ୍ର କରିବାକୁ ଆପଣା ସ୍ୱଚ୍ଛନ୍ଦ ଇଚ୍ଛାନୁସାରେ ଆମ୍ଭମାନଙ୍କୁ ପ୍ରେମରେ ପୂର୍ବରୁ ନିରୂପଣ କଲେ;
6ଏହା ତାହାଙ୍କ ଅନୁଗ୍ରହର ଗୌରବର ପ୍ରଶଂସା ନିମନ୍ତେ ହୋଇଅଛି; ସେହି ଅନୁଗ୍ରହ ସେ ପ୍ରିୟତମଙ୍କ ଦ୍ୱାରା ଆମ୍ଭମାନଙ୍କୁ ଦାନ କରିଅଛନ୍ତି।
7ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କଠାରେ ଖ୍ରୀଷ୍ଟ ଯୀଶୁଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
8ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।