1ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
2ଅର୍ଥାତ୍ ଯେଉଁ ଜଗତ୍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
3ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;