ଏଫିସୀୟ 2

କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

Ephesians 2:10 (UKJV) For we are his workmanship, created in Christ Jesus unto good works, which God has before ordained that we should walk in them.

8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,

9କର୍ମରୁ ନୁହେଁ, ଯେପରି କେହି ଦର୍ପ ନ କରେ।

10କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।

11ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,

12ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.