10କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତ୍କର୍ମ ଆମ୍ଭେମାନେ କରିବୁ ବୋଲି ଈଶ୍ବର ପୂର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହିସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ।
11ଅତଏବ ତୁମ୍ଭେମାନେ ପୂର୍ବରେ ଯେତେବେଳେ ଶରୀର ସମ୍ବନ୍ଧରେ ଅଣଯିହୁଦୀ ଥିଲ ଓ ଶାରୀରିକ ଭାବେ ହସ୍ତକୃତ ସୁନ୍ନତ ଲୋକମାନଙ୍କ ଦ୍ୱାରା ଅସୁନ୍ନତ ବୋଲି ଖ୍ୟାତ ହେଉଥିଲ,
12ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର।
13କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।
14କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି,