15ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,
16ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି।
17ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
18କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;