17ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
18କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।
19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ;
20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର;
21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି;