ଏଫିସୀୟ 2

ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,

Ephesians 2:6 (UKJV) And has raised us up together, and made us sit together in heavenly places in Christ Jesus:

4ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ବର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ,

5ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,

6ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,

7ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି।

8କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ବରଙ୍କ ଦାନ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.