9ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
10ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
11ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
12ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।
13ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।