13ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ।
14ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
15ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
16ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
17ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,