ଏଫିସୀୟ 3

ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,

Ephesians 3:17 (UKJV) That Christ may dwell in your hearts by faith; that all of you, being rooted and grounded in love,

15ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,

16ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,

17ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,

18ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,

19ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.