ଏଫିସୀୟ 3

ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,

Ephesians 3:20 (UKJV) Now unto him that is able to do exceeding abundantly above all that we ask or think, according to the power that works in us,

18ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,

19ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ।

20ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି,

21ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.