ଏଫିସୀୟ 3

ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।

Ephesians 3:3 (UKJV) How that by revelation he made known unto me the mystery; (as I wrote before in few words,

1ଏଥିନିମନ୍ତେ ମୁଁ ପାଉଲ, ଅଣଯିହୁଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ

2ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,

3ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।

4ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;

5ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.