3ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି।
4ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର;
5ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
6ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
7ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।