5ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
6ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
7ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
8ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
9ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,