8ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।”
9(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ।
10ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।)
11ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
12ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,