13କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ।
14ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।”
15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ,
16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।