16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ।
17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।
18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
19ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
20ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,