20ସର୍ବଦା ସର୍ବ ବିଷୟ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ,
21ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ।
22ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ,
23କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
24ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ।